ପରିଚୟ ଦେଇଛି ମିଶନ୍ ଶକ୍ତି

ପରିଚୟ ଦେଇଛି ମିଶନ୍ ଶକ୍ତି

ଭୁବନେଶ୍ୱର (କାଞ୍ଚନଟିଭି ବ୍ୟୁରୋରିପୋର୍ଟ୍): ମିଶନ ଶକ୍ତି ମହିଳାଙ୍କୁ ସ୍ୱତନ୍ତ୍ର ପରିଚୟ ଦେଇଛି । ମିଶନ ଶକ୍ତି ଅଧୀନରେ କାର୍ଯ୍ୟ କରୁଥିବା ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ସରକାର ଏବଂ ସମାଜ ମଧ୍ୟରେ ସେତୁ ସଦୃଶ କାର୍ଯ୍ୟ କରୁଛନ୍ତି ବୋଲି ମିଶନ ଶକ୍ତି ବିଭାଗର କମିଶନର ତଥା ସଚିବ ସୁଜାତା ଆର୍ କାର୍ତ୍ତିକେୟନ ପ୍ରକାଶ କରିଛନ୍ତି । ୱାର୍ଲଡ ସ୍କିଲ ସେଣ୍ଟରରେ ଆୟୋଜିତ ମହତ୍ମା ଗାନ୍ଧୀ ଜାତୀୟ ଫେଲୋଙ୍କ ଦକ୍ଷତା ବିକାଶ କର୍ମଶାଳାରେ ଯୋଗଦେଇ ଶ୍ରୀମତୀ କାର୍ତ୍ତିକେୟନ ରାଜ୍ୟରେ ମିଶନ ଶକ୍ତିର ସଫଳତା ଏବଂ ଆହ୍ୱାନ ସମ୍ପର୍କରେ ଅଧିକାରୀଙ୍କୁ ବିସ୍ତୃତ ସୂଚନା ପ୍ରଦାନ କରିଛନ୍ତି ।

ରାଜ୍ୟ ସରକାରଙ୍କ ପ୍ରମୁଖ ବିକାଶମୂଳକ ପଦକ୍ଷେପ ମଧ୍ୟରୁ ମହିଳା ସଶକ୍ତିକରଣ ଅନ୍ୟତମ । ମହିଳାଙ୍କର ଆର୍ଥିକ ସଶକ୍ତିକରଣ ସେମାନଙ୍କର ସାମାଜିକ ସଶକ୍ତିକରଣରେ ଯଥେଷ୍ଟ ସହାୟକ ହୋଇଥାଏ । ବିଶେଷ କରି ତୃଣମୂଳସ୍ତରର ମହିଳାମାନେ ନିଷ୍ପତ୍ତି ଗ୍ରହଣରେ ଭାଗନେବା ଆବଶ୍ୟକ । ମିଶନ ଶକ୍ତି ମାଧ୍ୟମରେ ମହିଳାଙ୍କ ନେତୃତ୍ୱ ବିକାଶ ହୋଇପାରିଛି । କୋଭିଡ୍ ସମୟରେ ରାଜ୍ୟର ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳାମାନେ ସୂଚାରୁ ରୂପେ ଦାୟିତ୍ୱ ନିର୍ବାହ କରି ଏହାକୁ ପ୍ରମାଣିତ କରିଛନ୍ତି । ରାଜ୍ୟ ସରକାର ପାଞ୍ଚ ବର୍ଷ ନିମନ୍ତେ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ବ୍ୟବସାୟ ପାଇଁ ୫ ହଜାର କୋଟି ଟଙ୍କାର ପାଣ୍ଠି ଯୋଗାଇଦେବାର ବ୍ୟବସ୍ଥା କରିଛନ୍ତି । ସେହିପରି ଅ ।ଗାମୀ ଦିନରେ ପ୍ରତ୍ୟେକ ବ୍ଲକ ଓ ଜିଲ୍ଲା ସ୍ତରରେ ୫୦୦ ମିଶନ ଶକ୍ତି ବଜାର/ ଆଉଟଲେଟ ଆରମ୍ଭ କରାଯିବା ନିମନ୍ତେ ଯୋଜନା କରାଯାଇଛି ।

ଏତଦ୍ୱ୍ୟତୀତ ପ୍ରତ୍ୟେକ ବ୍ଲକରେ ମିଶନ ଶକ୍ତି କାଫେ ସ୍ଥାପନ କରିବାର ଲକ୍ଷ୍ୟ ରଖାଯାଇଛି । କାଫେରେ କାର୍ଯ୍ୟରତ ମହିଳାମାନେ ଇଣ୍ଡିଆନ ଇନଷ୍ଟିଟୁ୍ୟଟ ଅଫ୍ ହୋଟେଲ ମେନେଜମେଣ୍ଟରେ ତାଲିମ ପାଇଛନ୍ତି । ନୂତନ ଓଡିଶା ଗଠନରେ ସ୍ୱୟଂ ସହାୟକ ଗୋଷ୍ଠୀ ସହଯୋଗୀ ଭାବେ ରାଜ୍ୟର ବିକାଶରେ ନେତୃତ୍ୱ ନେବ ବୋଲି ଶ୍ରୀମତୀ କାର୍ତ୍ତିକେୟନ ପ୍ରକାଶ କରିଛନ୍ତି ।

Spread the love
CATEGORIES
TAGS
Share This

COMMENTS

Wordpress (0)
Disqus ( )
error: Content is protected !!