ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର:(କାଞ୍ଚନଟିଭି/ବ୍ୟୁରୋ) ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଚାରି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ୪୨ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ଜାନୁଆରୀ ପହିଲା ୨୦୨୩ ରୁ ପିଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ। ଏହା ସହିତ ପେନସନ ଭୋଗି ମାନଂକ ଟି. ଆଇ ରେ ମଧ୍ୟ ଚାରି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଜୁନ ମାସ ପେନସନରେ ଏହି ବର୍ଦ୍ଧିତ ଟି. ଆଇ ପାଇବେ । ଏହା ଦ୍ବାରା ପ୍ରାୟ ସାଢେ଼ ସାତ ଲକ୍ଷ ସରକାରି କର୍ମଚାରୀ ଓ ପେନସନ ଭୋଗି ଉପକୃତ ହେବେ।

Spread the love
CATEGORIES
Share This

COMMENTS

Wordpress (0)
Disqus ( )
error: Content is protected !!