AIIMS ଭୁବନେଶ୍ୱରକୁ ଆଉ ଏକ ସଫଳତା:

AIIMS ଭୁବନେଶ୍ୱରକୁ ଆଉ ଏକ ସଫଳତା:

ଭୁବନେଶ୍ୱର:(କାଞ୍ଚନଟିଭି) ପ୍ରଥମ ଦଶନ୍ଧିରେ ଚମତ୍କାର ଯାତ୍ରାରେ ଏମ୍ସ ଭୁବନେଶ୍ବର ପାଇଁ ଜାତୀୟ ସ୍ତରରେ ଆଣିଛି କୃତିତ୍ବ। ଏହି ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନର ୬ଜଣ ଆବାସିକ ଡାକ୍ତରୀ ଛାତ୍ର ତିନି ଭିନ୍ନ ଭିନ୍ନ ଜାତୀୟ ଶୈକ୍ଷିକ କାର୍ଯ୍ୟକ୍ରମର ସଂପୃକ୍ତ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରି ଗୌରବ ଆଣିଛନ୍ତି।
ଏମ୍ସ ଭୁବନେଶ୍ୱର ପିଏମଆର (ଫିଜିକାଲ ମେଡିସିନ୍ ଏବଂ ପୁନର୍ବାସ) ବିଭାଗର ଜୁନିୟର୍ ରେସିଡେଣ୍ଟ୍ ଡ. ଦେବାଞ୍ଜନ ବରାଳ ଏବଂ ଡ. ସୌଭିକ୍ ଭଟ୍ଟାଚାର୍ଜୀଙ୍କୁ ନେଇ ଗଠିତ ଟିମ୍ ଏମ୍ସ ନାଗପୁରରେ ଅନୁଷ୍ଠିତ ଆଇଏପିଏମ୍ଆର (ଇଣ୍ଡିଆନ୍ ଆସୋସିଏସନ୍ ଅଫ୍ ଫିଜିକାଲ୍ ମେଡିସିନ୍ ଏବଂ ପୁନର୍ବାସ)ର ମିଡ୍ଟର୍ମ ସିଏମ୍ଇରେ ଆୟୋଜିତ କୁଇଜ୍ (ଅଫଲାଇନ୍ ମୋଡ୍) ରେ ପ୍ରଥମ ସ୍ଥାନ ଅଧିକାର କରିଛି। ଜାତୀୟ ସ୍ତରୀୟ କୁଇଜରେ କ୍ରମାଗତ ଭାବେ ଦ୍ୱିତୀୟ ଥର ପାଇଁ ଏମ୍ସ ଭୁବନେଶ୍ବର ପିଆରଏମର ଟିମ୍ ଚାମ୍ପିଅନ୍ ହୋଇ ଇତିହାସ ସୃଷ୍ଟି କରିଛି। ଚଳିତ ବର୍ଷ ଏହାର ୫୦ତମ ଗୌରବମୟ ବର୍ଷ ପାଳନ କରୁଛି ଆଇଏପିଏମଆର । ଚଳିତ ବର୍ଷ ମାର୍ଚ୍ଚରେ ଦିଲ୍ଲୀରେ ଅନୁଷ୍ଠିତ ଏହି ଜାତୀୟ କୁଇଜ୍ ପ୍ରତିଯୋଗିତା (ଅନଲାଇନ)ରେ ମଧ୍ୟ ଏମ୍ସ ଭୁବନେଶ୍ବର ପ୍ରଥମ ସ୍ଥାନ ଅଧିକାର କରିଥିଲା

ଏହି ଅବସରରେ ଏମ୍ସ ଭୁବନେଶ୍ୱର କାର୍ୟ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର (ଡ) ଆଶୁତୋଷ ବିଶ୍ବାସ ସମସ୍ତ କୃତି ଛାତ୍ରଙ୍କୁ ଅଭିନନ୍ଦନ ଜଣାଇବା ସହିତ ଆଜି ନିଜ କାର୍ୟ୍ୟାଳୟରେ ବିଭାଗୀୟ ମୁଖ୍ୟଙ୍କ ସହିତ ସେମାନଙ୍କୁ ସମ୍ବର୍ନ୍ଧିତ କରିଥିଲେ। ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ଏମ୍ସ ଭୁବନେଶ୍ବରର ଗୌରବ ବୃଦ୍ଧି ନିମନ୍ତେ ଛାତ୍ରଛାତ୍ରୀମାନେ ଏହିପରି ନିଷ୍ଠାପର ଉଦ୍ୟମ ଜାରି ରଖିବାକୁ ଆହ୍ବାନ କରିଥିଲେ ଡ. ବିଶ୍ବାସ। ଉଲ୍ଲେଖଯୋଗ୍ୟଯେ ଉପରୋକ୍ତ ତିନି ଜାତୀୟ କାର୍ୟ୍ୟକ୍ରମରେ ରାଜ୍ୟ ତଥା ଦେଶର ସଂଖ୍ୟାଧିକ ସରକାରୀ ଏବଂ ଘରୋଇ ମେଡିକାଲ୍ କଲେଜ୍ ଏବଂ ଏମ୍ସ ଭଳି ଅନୁଷ୍ଠାନରୁ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ଡିନ୍ (ଏକାଡେମିକ୍) ଡ. ପି ଆର ମହାପାତ୍ର, କୁଳସଚିବ ବି ବି ମିଶ୍ର, ବର୍ଣ୍ଣସ୍ ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗ ମୁଖ୍ୟ ଡ. ସଞ୍ଜୟ ଗିରି, ପିଏମ୍ଆର ବିଭାଗୀୟ ମୁଖ୍ୟ ଡ. ଜଗନ୍ନାଥ ସାହୁ ଏବଂ ଭାରପ୍ରାପ୍ତ ଡିଡିଏ ରଶ୍ମୀ ରଂଜନ ସେଠୀ ପ୍ରମୁଖ ଉପସ୍ଥିତ ରହି ସଫଳ ପ୍ରତିଭାଙ୍କୁ ଅଭିନନ୍ଦନ ଜଣାଇଥିଲେ।

Spread the love
CATEGORIES
TAGS
Share This

COMMENTS

Wordpress (0)
Disqus ( )
error: Content is protected !!