Karamandal Express accident, PrimeMinisterNarendraModi arrives in Bahanga

Karamandal Express accident, PrimeMinisterNarendraModi arrives in Bahanga

ବାଲେଶ୍ଵର:(କାଞ୍ଚନଟିଭି ବ୍ୟୁରୋ)ରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ । ବାହାନଗାରେ ଥିବା ହେଲିପ୍ୟାଡରେ ପ୍ରଧାନମନ୍ତ୍ରୀ ପହଞ୍ଚି ସେଠାରୁ ଘଟଣାସ୍ଥଳକୁ ଯିବେ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ପ୍ରଧାନମନ୍ତ୍ରୀ ସେଠାରେ ପହଞ୍ଚିଛନ୍ତି । ବର୍ତ୍ତମାନ ସୁଦ୍ଧା ଏହି ବଡ ଦୁର୍ଘଟଣାରେ ୨୬୧ ଜଣଙ୍କ ମୃତ୍ୟୁ ହୋଇସାରିଥିବା ବେଳେ ଶତାଧିକ ଆହତ ହୋଇଛନ୍ତି ।

ସୂଚନାଯୋଗ୍ୟ, ଶୁକ୍ରବାର ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ୍‌ (୧୨୮୪୧)ଟ୍ରେନ୍‌ ଓ ବେଙ୍ଗାଲୁରୁ-ହାୱଡା ଏକ୍ସପ୍ରେସ୍‌ (୧୨୮୬୪) ଧକ୍କା ହୋଇ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ପଶ୍ଚିମବଙ୍ଗ, ଓଡ଼ିଶା, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ ଓ ତାମିଲନାଡୁ ସମେତ ସାରା ଦେଶବାସୀ ସ୍ତବ୍ଧ ହୋଇଯାଇଛନ୍ତି। ଏହି ଟ୍ରେନ୍‌ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା ୨୬୧ରେ ପହଞ୍ଚି ଥିଲା ବେଳେ ଆହୁରି ୭୦୦ ଆହତଙ୍କର ଚିକିତ୍ସା ବାଲେଶ୍ବର ଓ କଟକ ସମେତ ଅନ୍ୟ ଡାକ୍ତରଖାନାରେ ଜାରି ରହିଛି। ସେମାନଙ୍କର ମଧ୍ୟରୁ ଶତାଧିକ ଯାତ୍ରୀଙ୍କର ଅବସ୍ଥା ସଂକଟାପନ୍ନ ରହିଛି।

Spread the love
CATEGORIES
TAGS
Share This

COMMENTS

Wordpress (0)
Disqus ( )
error: Content is protected !!