ଆଜି ଉତ୍କ୍ଷେପଣ ହେବ ଚନ୍ଦ୍ରୟାନ-ଥ୍ରୀ, ଯୋଡ଼ି ହେବ ନୂଆ ଇତିହାସ
ଭୁବନେଶ୍ୱର:(କାଞ୍ଚନ ଟିଭି) ଆଜି ଶ୍ରୀହରିକୋଟା ସତୀଶଧାୱନ ସ୍ପେସ୍ ସେଣ୍ଟରରୁ ଉତ୍କ୍ଷେପଣ ହେବ ଚନ୍ଦ୍ରୟାନ-ଥ୍ରୀ। ଆଜି ଅପରାହ୍ନ ୨ଟା ୩୫ ମିନିଟରେ ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିବ ଚନ୍ଦ୍ରୟାନ-୩। ଲଞ୍ଚପ୍ୟାଡରୁ ଉତକ୍ଷେପଣ ହେବ ବିଶାଳକାୟ LVM3-M4। ୪୩.୫ ମିଟର ଉଚ୍ଚ ଓ ୬୪୨ ଟନ୍ ଓଜନ ବିଶିଷ୍ଟ ଭାରତର ସର୍ବବୃହତ୍ ଲଞ୍ଚ ଭେହିକିଲ୍ ମାର୍କ-ଥ୍ରୀର ଏହା ହେବ ଚତୁର୍ଥ ମିଶନ୍। ଭୂପୃଷ୍ଠ ଛାଡ଼ିବାର ପ୍ରାୟ ୧୬ ମିନିଟ୍ ପରେ ପ୍ରାୟ ୧୮୦ କିଲୋମିଟର ଉଚ୍ଚତାରେ ନିର୍ଦ୍ଧାରିତ ପ୍ରାରମ୍ଭିକ କକ୍ଷପଥରେ ଅବସ୍ଥାପିତ ହେବ ଚନ୍ଦ୍ରୟାନ-୩।
CATEGORIES ରାଜ୍ୟ